ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର
ଭୁବନେଶ୍ୱର,୧୧/୫(ଗଡ଼ଜାତ ବ୍ୟୁରୋ): ସାତ ପର୍ଯ୍ୟାୟ ବିଶିଷ୍ଟ ସାଧାରଣ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ପାଖେଇ ଆସୁଛି ସମୟ । ଆସନ୍ତା ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଆମ ରାଜ୍ୟ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପାଇଁ ହେବ ମତଦାନ । ଏଥିପାଇଁ ଆଜି ସଂଧ୍ୟାରେ ସରିବ ନେତାଙ୍କ ଧୂଆଁଧାର ପ୍ରଚାର । କ୍ୟାମ୍ପେନିଂ ପାଇଁ ହାତରେ ମାତ୍ର ଆଜି ଦିନଟିଏ। ଦିନକ ପରେ ହେବ ମତଦାନ ।।
ଆଉ ଏଥିପାଇଁ ନେତା ତରତର ଜନତା ବି ଉତ୍ସାହିତ । ଭୋଟ୍ ଦେଇ ଯୋଗ୍ୟ ପ୍ରାର୍ଥୀ ବାଛିବେ ଜନତା । ସେଥିପାଇଁ ଜନତାଙ୍କୁ ନିଜ ସପକ୍ଷରେ ନେବାକୁ ଅଣ୍ଟା ଭିଡି ଭୋଟ୍ ମାଗୁଛନ୍ତି ନେତା ଓ ପ୍ରାର୍ଥୀ । ଏହି ପର୍ଯ୍ୟାୟରେ ୦୯ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଜାମ୍ମୁ ଓ କାଶ୍ମୀରକୁ ମିଶାଇ ମୋଟ୍ ୯୬ ଲୋକସଭା ଆସନ ପାଇଁ ମତଦାନ ହେବ ।।
ଆନ୍ଧ୍ର ପ୍ରଦେଶର ସମସ୍ତ ୨୫ ଆସନରେ ମତଦାନ ହେବ । ସେହିଭଳି ତେଲେଙ୍ଗାନାର ୧୭ , ଉତ୍ତର ପ୍ରଦେଶର ୧୩ , ମହାରାଷ୍ଟ୍ରର ୧୧ , ପଶ୍ଚିମବଙ୍ଗର ୦୮ , ମଧ୍ୟପ୍ରଦେଶର ୦୮ , ବିହାରର ୦୫ , ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ୦୪ ଟି ଲେଖାଏ ଆସନରେ ହେବ ମତଦାନ ।।
Comments
Post a Comment