ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ , ୦୫ ଲୋକସଭା ସହ ୩୫ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ


By - Sadashiba Panda  ,,    08:58 am

ଭୁବନେଶ୍ୱର,୨୦/୦୫ (ଗଡ଼ଜାତ ବ୍ୟୁରୋ) ::  ରାଜ୍ୟରେ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ । ସକାଳ ୦୭ ଟାରୁ ଭୋଟଗ୍ରହଣ ଆରମ୍ଭ ହୋଇଛି । ସକାଳୁ ସକାଳୁ ବୁଥରେ ଲାଗିଛି ଗହଳି । ଆଜି ୦୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଓ ଏହା ଅଧୀନସ୍ଥ ୩୫ ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି ।

୦୫ ଲୋକସଭା କ୍ଷେତ୍ରରେ ମୋଟ ୪୦ ଜଣ ପ୍ରାର୍ଥୀ ନିର୍ବାଚନୀ ରଣାଙ୍ଗନରେ ଅଛନ୍ତି । ଏମାନଙ୍କ ମଧ୍ୟରୁ ୩୪ ପୁରୁଷ ଓ ୦୬ ଜଣ ମହିଳା । ୩୫ ବିଧାନସଭା କ୍ଷେତ୍ରରେ ମୋଟ ୨୬୫ ଜଣ ପ୍ରାର୍ଥୀ ଭାଗ୍ୟ କରୁଥିବା ବେଳେ ଏମାନଙ୍କ ମଧ୍ୟରେ ୨୨୪ ପୁରୁଷ ଓ ୪୧ ମହିଳା ଅଛନ୍ତି । ୦୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ମତାଧିକାର ସାବ୍ୟସ୍ତ କରିବେ ।

ଏମାନଙ୍କ ମଧ୍ୟରେ ୪୦ ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଓ ୮୫୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି । ସେହିପରି ୦୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି ।

ଏହି ପର୍ଯ୍ୟାୟରେ ଭୋଟ ପାଇଁ ୦୯ ହଜାର ୧୪୮ ମତଦାନ କେନ୍ଦ୍ର କରାଯାଇଛି । ଏଥିମଧ୍ୟରୁ ୦୧ ହଜାର ୯୦ ଟି ସହରାଞ୍ଚଳ ଏବଂ ୦୮ ହଜାର ୫୮ ଟି ଗ୍ରାମାଞ୍ଚଳରେ ରହିଛି । ୦୧ ହଜାର ୪୧ ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ବାରା ଓ ୨୫ ଟି ସମ୍ପୂର୍ଣ୍ଣ ଭାବେ ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ବାରା ପରିଚାଳିତ । ୦୧ ହଜାର ୫୪୧ ଟି ଆଦର୍ଶ ମତଦାନ କେନ୍ଦ୍ର ହୋଇଛି । ତେବେ ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି ।।

Comments

Popular posts from this blog

ଆସନ୍ତା କାଲିଠାରୁ ପରୀକ୍ଷା ମୂଳକ ଭାବେ ଆସିବ ସୁଭଦ୍ରା ଯୋଜନା ଏକ ଟଙ୍କା

ଅଯୋଧ୍ୟା ରାମ ମନ୍ଦିରରୁ ୫୦ ଲକ୍ଷର ଲାଇଟ୍ ଚୋରି , ବାଜିରେ ଲାଗିଲା ଡବଲ ଇଞ୍ଜିନର ହାଇସିକ୍ୟୁରିଟି !!!

ସ୍କୁଲ -କଲେଜ ଶିକ୍ଷକ -କର୍ମଚାରୀ ସମନ୍ୱୟ ସମିତି ବୈଠକ ......