ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକ !!!!
By - Sadashiba Panda ,, 04:45 am
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ।।
ରାଜ୍ୟରେ ଥିବା ଦୁର୍ବଳ ଥିବା ନଦୀବନ୍ଧ ଏବଂ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି ପାଇଁ ଜଳସେଚନ ବିଭାଗ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପୌରାଞ୍ଚଳରେ ଥିବା ଡ୍ରେନ୍ ଗୁଡିକର ପଙ୍କ ଉଦ୍ଧାର କାର୍ଯ୍ୟ ଏବଂ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।।
ସେହିପରି ଭୁବନେଶ୍ୱର ମହାନଗର ନିଗମ ସହରାଞ୍ଚଳ ବନ୍ୟା ପରିଚାଳନା ନିମନ୍ତେ ୨୦୦ କୋଟି ଟଙ୍କାର ଏକ ପ୍ରସ୍ତାବ ପ୍ରସ୍ତୁତ କରି ଯଥାଶୀଘ୍ର ପ୍ରଦାନ କରିବେ । ଏହାସହିତ କଟକ, ଭୁବନେଶ୍ୱର ଓ ଅନ୍ୟ ସହରାଞ୍ଚଳରେ ବନ୍ୟା ପରିଚାଳନା ନିମନ୍ତେ ଆଇଆଇଟି ଦିଲ୍ଲୀର ବୈଷୟିକ ସହାୟତାରେ ଏକ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ ବୋଲି ସେ କହିଛନ୍ତି ।।
ରାଜ୍ୟ, ଜିଲ୍ଲା ଏବଂ ଅନ୍ୟାନ୍ୟ କାର୍ଯ୍ୟାଳୟରେ ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରିବ । ସାଧାରଣତଃ ବର୍ଷା ଦିନେ ସାପକାମୁଡାର ଅଧିକ ସମ୍ଭାବନା ରହିଥିବା ହେତୁ ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡା ଇଞ୍ଜେକ୍ସନ (ଆଣ୍ଟି ସ୍ନେକ୍ ଭେନମ୍) ଗଚ୍ଛିତ ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।।
ସତର୍କ ମୋବାଇଲ୍ ଆପ୍ ମାଧ୍ୟମରେ ଯେପରି ଭାବରେ ଜନସାଧାରଣଙ୍କୁ ବିଭିନ୍ନ ବିପର୍ଯ୍ୟୟ ବିଷୟରେ ଆଗୁଆ ସୂଚନା ଦିଆଯାଇପାରିବ ସେଥିପାଇଁ ପଦକ୍ଷେପ ନିଆଯିବ ଏବଂ ଜନସାଧାରଣଙ୍କ ମଧ୍ୟରେ ଏହି ଆପ୍ ସମ୍ପର୍କରେ ସଚେତନତା ସୃଷ୍ଟି କରାଯିବ ।।
ଓଡରାଫ୍ର ବର୍ତ୍ତମାନ ୨୦ ଟି ୟୁନିଟ୍ ଥିବାବେଳେ ଏହାକୁ ୩୦ ଟି ୟୁନିଟ୍ କରାଯିବ । ସେହିପରି ଅଗ୍ନିଶମ ବିଭାଗ ଜିଲ୍ଲା ସ୍ତରରେ ଯେକୌଣସି ବିପର୍ଯ୍ୟୟ ହେଲେ ପ୍ରଥମେ ଅଂଶଗ୍ରହଣ କରନ୍ତି ।।
ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୩୯୪ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଅଗ୍ନିଶମ ବିଭାଗର ଦକ୍ଷତା ବୃଦ୍ଧି କରାଯାଉଛି । ଏଥିପାଇଁ ଆଉ ୨୦୦ କୋଟି ଟଙ୍କାର ବ୍ୟବସ୍ଥା କରାଯିବ ।।
ବାହାନଗାର ଟ୍ରେନ୍ ଦୁର୍ଘଟଣା ଭଳି ବିଭିନ୍ନ ଆକସ୍ମିକ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ୦୫ ଟି ଆଞ୍ଚଳିକ ଅଗ୍ନିଶମ ସେବା ହବ୍ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ବ୍ୟବସ୍ଥା କରାଯିବ ।।
ବୈଠକରେ ଦୁଇଜଣ ଉପ-ମୁଖ୍ୟମନ୍ତ୍ରୀ , ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସମେତ ଅଧିକାରୀମାନେ ଉପସ୍ଥିତ ଥିଲେ ।।
Translate post
Comments
Post a Comment