ଆସନ୍ତା ୦୬ ତାରିଖରୁ ରାଜ୍ୟର ବିଭନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା !!!

By - Sadashiba Panda  ,, 07:00 pm

ଭୁବନେଶ୍ୱର :: ୪/୭ (ଗଡ଼ଜାତ ବ୍ୟୁରୋ) :  ଆସନ୍ତା ୦୬ ତାରିଖରୁ ବଢ଼ିବ ବର୍ଷା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କାଲି ପ୍ରାୟତଃ ପାଗ ଶୁଖିଲା ରହିବ । ୦୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ ପୂର୍ବାନୁମାନ କରିଛି ।।

ଯାହାଫଳରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ । ଏଣୁ ୦୬ ତାରିଖ ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କାରେ ସତର୍କ ସୂଚନା ଜାରି କରାଯାଇଛି । ୦୭ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

ସେହିପରି ୦୮ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।।

Comments

Popular posts from this blog

ଆସନ୍ତା କାଲିଠାରୁ ପରୀକ୍ଷା ମୂଳକ ଭାବେ ଆସିବ ସୁଭଦ୍ରା ଯୋଜନା ଏକ ଟଙ୍କା

ଅଯୋଧ୍ୟା ରାମ ମନ୍ଦିରରୁ ୫୦ ଲକ୍ଷର ଲାଇଟ୍ ଚୋରି , ବାଜିରେ ଲାଗିଲା ଡବଲ ଇଞ୍ଜିନର ହାଇସିକ୍ୟୁରିଟି !!!

ସ୍କୁଲ -କଲେଜ ଶିକ୍ଷକ -କର୍ମଚାରୀ ସମନ୍ୱୟ ସମିତି ବୈଠକ ......